[jajpur] - ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା

  |   Jajpurnews

ଭୁବନେଶ୍ୱର : ଆଜି ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପର୍ଯ୍ୟାୟରେ ୬ ଲୋକସଭା ଓ ୪୨ ବିଧାନସଭା ପାଇଁ ଭାରତ ନିର୍ବାଚନ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏପ୍ରିଲ ୨ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଏହିସବୁ ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ ପାଇଁ ଦିନ ଧାର୍ଯ୍ୟ କରାଯାଇଛି।

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ମୟୁରଭଞ୍ଜ (ଏସଟି) ଲୋକସଭା ଆସନ ସମେତ ବାଲେଶ୍ବର, ଭଦ୍ରକ (ଏସସି), ଯାଜପୁର (ଏସସି), କେନ୍ଦ୍ରାପଡ଼ା ଓ ଜଗତସିଂହପୁର (ଏସସି) ନିର୍ବାଚନ ମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ମୟୁରଭଞ୍ଜ ଲୋକସଭା ଆସନ ଅନ୍ତର୍ଗତ ଯଶୀପୁର (ଏସଟି), ସାରସକଣା (ଏସଟି), ରାଇରଙ୍ଗପୁର (ଏସଟି), ବାଙ୍ଗିରିପୋଷି (ଏସଟି), ଉଦଳା (ଏସଟି), ବାରିପଦା (ଏସଟି) ଓ ମୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେବ। ବାଲେଶ୍ବର ଲୋକସଭା ଆସନ ଅଧୀନରେ ଆସୁଥିବା ବଡ଼ସାହି (ଏସସି), ଜଳେଶ୍ବର, ଭୋଗରାଇ, ବସ୍ତା, ବାଲେଶ୍ବର, ରେମୁଣା (ଏସସି) ଓ ନୀଳଗିରି ବିଧାନସଭା ସମେତ ଭଦ୍ରକ ଲୋକସଭା ଆସନ ଅନ୍ତର୍ଗତ ସୋର(ଏସସି), ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର (ଏସସି) ଓ ଚାନ୍ଦବାଲି ବିଧାନସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।...

ଫୋଟୋ - http://v.duta.us/xdb8aQAA

ରେଡ କଂପ୍ଲେଟ ନେବତ୍ସ ହେରେ — - http://v.duta.us/VN6FJAAA

📲 Get Jajpurnews on Whatsapp 💬