[odisha] - ପ୍ରକାଶ ପାଇଲା ମାଟ୍ରିକ୍ ଫଳ, ଓଡ଼ିଶାରେ ୭୦.୭୮ % ଛାତ୍ରଛାତ୍ରୀ ପାସ୍

କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍, ମଧ୍ୟମା (ସଂସ୍କୃତ ଟୋଲ) ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। କଟକସ୍ଥିତ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ସକାଳ ୯ଟାରେ ଗଣଶିକ୍ଷା ବିଭାଗ କମିସନର ପ୍ରଦୀପ ମହାପାତ୍ର ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏହି ସମୟ.ରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡଙ୍ଗୀ ,ବୋର୍ଡ ସଭାପତି ଡକ୍ଟର ଜାହାନ୍ ଆରା ବେଗମ୍ ଉପସ୍ଥିତ ଅଛନ୍ତି। ଏ ବର୍ଷ ପାସ୍ ହାର ୭୦.୭୮ % ଥିବା ଜଣାଯାଇଛି।

ଦିନ ୧୧ଟାରେ ପରୀକ୍ଷା ଫଳ ବୋର୍ଡ ୱେବ୍ସାଇଟ୍ www.bseodisha.ac.in/www.bseodisha.nic.inରେ ଉପଲବ୍ଧ ହେବ। ଯେଉଁ ଅଞ୍ଚଳରେ ଇଣ୍ଟରନେଟ୍ ସୁବିଧା ନାହିଁ, ସେଠାରେ ପିଲାମାନେ ମୋବାଇଲରେ OR10 ଟାଇପ୍ କରି 5676750 ନମ୍ବରକୁ SMS କଲେ ପରୀକ୍ଷା ଫଳ ଜାଣିପାରିବେ ବୋଲି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବୋର୍ଡ ସଭାପତି ଡକ୍ଟର ଜାହାନ୍ ଆରା ବେଗମ୍ ସୂଚନା ଦେଇଛନ୍ତି।...

ଫୋଟୋ - http://v.duta.us/nPfT6gAA

ରେଡ କଂପ୍ଲେଟ ନେବତ୍ସ ହେରେ — - http://v.duta.us/m7wXgAAA

📲 Get Odisha News on Whatsapp 💬