୪୮ ଘଣ୍ଟା ପ୍ରବଳ ବର୍ଷା : ୪ ଜିଲ୍ଲାକୁ ରେଡ୍‌ ଓ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ସଜାଗ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦେଶ

ଭୁବନେଶ୍ବର : ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଭୀଷଣ ବର୍ଷା ଲାଗିରହିବ। ୬ ତାରିଖ ପୂର୍ବାହ୍ନ ମଧ୍ୟରେ ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଗୋଟିଏ ଦୁଇଟି ସ୍ଥାନରେ ଶହେ ମିମିରୁ ଅଧିକ ବର୍ଷା ହୋଇପାରେ। ତେଣୁ ଉକ୍ତ ୪ଟି ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି। ବର୍ଷା ଯୋଗୁଁ କେତେକ ସ୍ଥାନରେ ଗମନାଗମନ ବାଧାପ୍ରାପ୍ତ ହେବା ସହ ପାହାଡ଼ ଧସିବା, ଜଳବନ୍ଦୀ, ବନ୍ୟା ପରିସ୍ଥିତି ଉପୁଜିବାର ଆଶଙ୍କା ରହିଛି। ଏହି ସମୟରେ ଗଜପତି, ପୁରୀ, କୋରାପୁଟ, ବଲାଙ୍ଗୀର, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାରେ ବି ପ୍ରବଳ ବର୍ଷା ଅର୍ଥାତ୍‌ ୮୦ ମିମିରୁ ଅଧିକ ବର୍ଷା ହୋଇପାରେ। ଉକ୍ତ ୬ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ହୋଇଥିବା ବେଳେ ମାଲକାନଗିରି, ଖୋର୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ଜଗତ୍‌ସିଂହପୁର, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଓଡ଼ିଶା ଉପକୂଳ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ତେଣୁ ମତ୍ସ୍ୟଜୀବୀମାନେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ୭ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୭ଟି ଜିଲ୍ଲା ପାଇଁ ଅରେଞ୍ଜ ଓ ୮ ତାରିଖ ପାଇଁ ପଶ୍ଚିମ ଓଡ଼ିଶାର ୪ଟି ଜିଲ୍ଲା ପାଇଁ ୟେ‌ଲୋ ୱାର୍ଣ୍ଣିଂ ଜାରି କରାଯାଇଛି।...

ଫୋଟୋ - http://v.duta.us/2qTZJQAA

ରେଡ କଂପ୍ଲେଟ ନେବତ୍ସ ହେରେ — - http://v.duta.us/NXUsNAAA

📲 Get Odisha News on Whatsapp 💬